ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୦୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।
ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୦୦୦ ଜଣଙ୍କର ମୃତ୍ୟୁ ହୋଇଛି ।
US sets new one-day record with 884 coronavirus deaths, Johns Hopkins University: AFP new agency
— ANI (@ANI) April 2, 2020
ଏନେଇ ଟ୍ୱିଟ୍ କରିଛି ଏକ ନ୍ୟୁଜ ସରାବରାହ ଏଜେନ୍ସି ।
ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୮ଟି ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।
Comments are closed.