Latest Odisha News

BREAKING NEWS

କରୋନାଭାଇରସ: ଗୋଟିଏ ଦିନରେ ଆମେରିକାରେ ହଜାରେ ମୃତ

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୫୦୦୦ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୧୦୦୦ ଜଣଙ୍କର ମୃତ୍ୟୁ ହୋଇଛି ।

ଏନେଇ ଟ୍ୱିଟ୍ କରିଛି ଏକ ନ୍ୟୁଜ ସରାବରାହ ଏଜେନ୍ସି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍‌, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୮ଟି ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

ଅଧିକ ପଢନ୍ତୁ: ଭାରତରେ ୧୦ କରୋନା ସଂକ୍ରମଣ ହଟସ୍ପଟ ସ୍ଥାନ
Leave A Reply

Your email address will not be published.