Latest Odisha News

BREAKING NEWS

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫କୁ ବୃଦ୍ଧି, ୫୦ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୧୯୬୫ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏହାବ୍ୟତିତ କରୋନାଭାଇରସ ସଂକ୍ରମଣରେ ଦେଶରେ ୫୦ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।
ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭୬୪ଟି ଆକ୍ଟିଭ କେସ୍ ଏବଂ ୧୫୧ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

ଅଧିକ ପଢନ୍ତୁ: କରୋନାଭାଇରସ: ବିଶ୍ୱବ୍ୟାପୀ ୯ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକଡାଉନ ଜାରି କରାଯାଇଥିବା ବେଳେ ବିଭିନ୍ନ ରାଜ୍ୟରେ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୮ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.