Latest Odisha News

BREAKING NEWS

ମାରାତ୍ମକ ହେଉଛି କରୋନା; ଗତ ୨୪ ଘଣ୍ଟାରେ ଦେଶରେ ୧୦୩୫ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୭୪୪୭ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି ୧୦୩୫ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ୪୦ ଜଣଙ୍କର ମୃତ୍ୟୁ ଘଟିଛି।

ଏନେଇ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି।

ଫଳରେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ୍ ୭୪୪୭ ଏବଂ ମୃତ୍ୟୁ ସଂଖ୍ୟା ୨୩୯ରେ ପହଞ୍ଚିଛି ।

ତେବେ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୬୫୬୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୬୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

 

Leave A Reply

Your email address will not be published.