Latest Odisha News

BREAKING NEWS

କରୋନା କବଳରେ ଭାରତ; ୪୮ ଘଣ୍ଟାରେ ୬୪୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୨୩୦୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୫୬ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଗତ ୪୮ ଘଣ୍ଟା ମଧ୍ୟରେ ଦେଶରେ ୬୪୭ ଆକ୍ରାନ୍ତ ମାମଲା ରେକର୍ଡ କରାଯାଇଛି ।

ଆହୁରି ମଧ୍ୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାନୁଯାୟୀ କରୋନା ସଂକ୍ରମଣରୁ ଏପର୍ଯ୍ୟନ୍ତ ୧୫୭ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୫ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.