Latest Odisha News

BREAKING NEWS

ସ୍ଥଗିତ ରହିଲା ବିଜେଡ଼ି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ବିଜୁ ଜନତା ଦଳ (ବିଜେଡ଼ି) ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ସ୍ଥଗିତ ରଖାଯାଇଛି ।

ବର୍ତ୍ତମାନ ରାଜ୍ୟ ସରକାର କରୋନା ଭୂତାଣୁ ସଂକ୍ରମଣକୁ ପତିରୋଧ କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ବିଭିନ୍ନ ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏସମ୍ପର୍କରେ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ସଞ୍ଜୟ ଦାସ ବର୍ମା ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.