Latest Odisha News

BREAKING NEWS

ଭାରତରେ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧୯୫ରେ ପହଞ୍ଚିଛି ।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଏଯାବତ୍ କରୋନାରେ ସଂକ୍ରମିତ ହୋଇ ମୃତ୍ୟୁ ଘଟିଥିବା ୪ର୍ଥ ବ୍ୟକ୍ତି ଜଣକ ପଞ୍ଜାବର ହୋଇଥିବା ବେଳେ ଅନ୍ୟ ୩ଜଣ ଯଥାକ୍ରମେ- ଦିଲ୍ଲୀ, କର୍ଣ୍ଣାଟକ ଓ ମହାରାଷ୍ଟ୍ରର ବାସିନ୍ଦା ଥିଲେ ।

ଆହୁରି ମଧ୍ୟ ସମସ୍ତ ୧୯୫ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୧୬୩ ଜଣ ଭାରତୀୟ ଏବଂ ୩୨ ଜଣ ବିଦେଶୀ ନାଗରିକ ରହିଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଥିବା ନେଇ ସୂଚନା ମିଳିଛି ।

ସୂଚନାଯୋଗ୍ୟ, ନିକଟ ଅତୀତରେ ଦେଶରେ କୋଭିଡ -୧୯ରେ ସଂକ୍ରମିତ ହୋଇଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରୁ ଏଯାବତ୍ ୪ ଜଣ ପ୍ରାଣ ହରାଇଛନ୍ତି।

Leave A Reply

Your email address will not be published.