ପୁରୀ: ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ତଥା କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ, ଆସନ୍ତା ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ହେବ ରତ୍ନଭଣ୍ଡାର ଗଣତି। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ (SOP) ଅନୁଯାୟୀ ଅନୁଷ୍ଠିତ ହେବ। । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟରେ ସମସ୍ତ ସେବକ ଓ ଶ୍ରଦ୍ଧାଳୁଙ୍କ ସହଯୋଗ ଓ ସହାୟତା କାମନା କରାଯାଇଛି ।
ଗଣତି ସମୟରେ ରତ୍ନଭଣ୍ଡାରରେ ଥିବା ବିଭିନ୍ନ ମୂଲ୍ୟବାନ ସାମଗ୍ରୀର ହିସାବ ଓ ତଥ୍ୟ ଯାଞ୍ଚ କରାଯିବ। ପୂର୍ବରୁ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ଅନ୍ୟାନ୍ୟ ସାମଗ୍ରୀର ସୁରକ୍ଷା ଏବଂ ରକ୍ଷଣାବେକ୍ଷଣକୁ ନେଇ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଇଛି।
ଏବେ ନିର୍ଦ୍ଧାରିତ ତାରିଖରେ ଗଣତି କାର୍ଯ୍ୟ ହେବାକୁ ଥିବାରୁ ଏହାକୁ ନେଇ ଶ୍ରୀମନ୍ଦିର ସେବକ ଓ ଭକ୍ତମହଲରେ ଉତ୍ସୁକତା ବଢ଼ିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ସରକାରଙ୍କ ଅନୁମୋଦିତ ବ୍ୟବସ୍ଥାବଳୀକୁ ଅନୁସରଣ କରି ଗଣତି କାର୍ଯ୍ୟ କରାଯିବ। ଏହି ପ୍ରକ୍ରିୟାରେ ସମ୍ପୃକ୍ତ ସମସ୍ତ ପକ୍ଷଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିବ। ଗଣତି ସମୟରେ ଶୃଙ୍ଖଳା ବଜାୟ ରଖିବା ସହ ନିର୍ଦ୍ଧାରିତ ପ୍ରକ୍ରିୟାକୁ ସହଯୋଗ କରିବାକୁ ଅନୁରୋଧ କରାଯାଇଛି ।

