Latest Odisha News

BREAKING NEWS

ଘର ଭିତରୁ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର

ଯାଜପୁର: ଘର ଭିତରୁ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର । ପାରିବାରିକ କଳହ ଓ ଆର୍ଥିକ ଅଭାବରୁ ଆତ୍ମହତ୍ୟା ଅଭିଯୋଗ । ଯାଜପୁର ବିଂଝାରପୁର ଉତ୍ତରକୁଳ ପଂଚାୟତ ସୁନ୍ଦରପୁର ଗାଁ ରେ ଘଟିଛି ଘଟଣା । ବିଂଝାରପୁର ଥାନା ଉତ୍ତରକୂଳ ପଞ୍ଚାୟତ ସୁନ୍ଦରପୁର ଗ୍ରାମର ଦୀପକ କୁମାର ନାଥ ଯାଜପୁର ଟାଉନ ଥାନା ଖଣ୍ଡରା ଗ୍ରାମର ଅନିତା ନାଥଙ୍କୁ ଗତ ବର୍ଷ ଜୁଲାଇ ୬ରେ ବିବାହ ହୋଇଥିଲା । ଦୀପକ ହାଇଦ୍ରାବାଦରେ କାର୍ଯ୍ୟ କରୁଥିବା ବେଳେ କରୋନା ପାଇଁ ଭଲ ରୋଜଗାର ନଥିଲା ।

BjdElectrycity

ଅନ୍ୟପଟେ ବୋହୂ ଅନିତାଙ୍କୁ ତାଙ୍କ ଶାଶୁ ଓ ନଣନ୍ଦ ନିର୍ଯାତନା ଦେଉଥିବା ଝିଅର ବାପ ଘର ଲୋକ ଅଭିଯୋଗ ଉଠାଇଛନ୍ତି । ଅନିଶା ୬ ମାସ ‌ହେଲା ବାପ ଘରେ ରହୁଥିଲେ। ଗତ ୧୧ ତାରିଖରେ ଦୀପକ ଘରକୁ ଫେରିଥିବା ବେଳେ ଅନିତା ମଧ୍ୟ ଶାଶୁଘରକୁ ଆସିଥିଲେ । ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଭଲ ସଂପର୍କ ଥିବାବେଳେ ଶାଶୁଘର ଲୋକଙ୍କ ପାଇଁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ କରିଛନ୍ତି ବାପ ଘର ଲୋକେ । ଅନ୍ୟପଟେ ବିଂଝାରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.