Latest Odisha News

BREAKING NEWS

କରୋନା କବଳରେ ଭାରତ; ୨୪ ଘଣ୍ଟାରେ ୨୨୭ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୧୨୫୧ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୩୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୨୨୭ ଆକ୍ରାନ୍ତ ମାମଲା ରେକର୍ଡ କରା ଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ସ୍କୁଲ, କଲେଜ ବନ୍ଦ କରାଯିବା ସହ ଗୋଟିଏ ସ୍ଥାନରେ ଅଧିକ ଲୋକଙ୍କ ସମାବେଶ ଉପରେ ମଧ୍ୟ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଲକଡାଉନ ଜାରି କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୯୫ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.