Latest Odisha News

ଭୁବନେଶ୍ୱରରେ ୯ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୨୦୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।
ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୫୨ କ୍ୱାରେଣ୍ଟାଇନ୍ ଏବଂ ୨୦୨ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୯୦୦୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୩୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୫୪୧୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଏଯାବତ୍ ଭୁବନେଶ୍ୱରରେ ମୋଟ୍ ୩୮ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି ।

 

Leave A Reply

Your email address will not be published.