Latest Odisha News

BREAKING NEWS

ରାଜ୍ୟର ୧୫ ଜିଲ୍ଲାରୁ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୯୫ ଜଣ ଓ ୬୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୮ ଜଣ, ଭଦ୍ରକରୁ ୩ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ଜଣେ, ସୋନପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବିଗତ ୨୪ ଘଣ୍ଟାରେ ୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୬୨୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ହୋଇଛନ୍ତି । ଏବେ ରାଜ୍ୟର ୬ ଜିଲ୍ଲା କୋଭିଡ୍ ମୁକ୍ତ ରହିଛି । ଢେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କୌଣସି ସକ୍ରିୟ ସଂକ୍ରମିତ ନାହାନ୍ତି ।

Leave A Reply

Your email address will not be published.