Latest Odisha News

BREAKING NEWS

ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୭୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମିଳିଥିବା ସୂଚନାନୁଯାୟୀ ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୨୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୩ ଜିଲ୍ଲାରୁ ଏହି ୭୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତିତ ପାଖାପାଖି ୬୦୭ ଜଣ ସୁସ୍ଥ ହୋଇଛନ୍ତି।

ଏଯାବତ ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ ପହଞ୍ଚିଛି । ସେଥିମଧ୍ୟରେ ୫୫୩୩ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୨,୪୫୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.