Latest Odisha News

BREAKING NEWS

ମୋଦୀ ସରକାରଙ୍କ ବଡ ଘୋଷଣା; କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ମାଗଣା ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: କରୋନାରେ ଅନାଥ ପିଲାମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଘୋଷଣା କରିଛନ୍ତି ମୋଦୀ ସରକାର। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଘୋଷଣା ଅନୁଯାୟୀ ମହାମାରୀ ହେତୁ ଅନାଥ ହୋଇଯାଇଥିବା ୧୮ ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କୁ ୫ ଲକ୍ଷ ଟଙ୍କା ମାଗଣା ସ୍ୱାସ୍ଥ୍ୟ ବୀମା ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଏବଂ ଜରୁରୀକାଳୀନ ପରିସ୍ଥିତି ରିଲିଫ୍ ପାଣ୍ଠିରୁ ଏହି ବୀମା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

ଅନୁରାଗ ଠାକୁର ତାଙ୍କ ଟୁଇଟ୍‌ ଜରିଆରେ କହିଛନ୍ତି ଯେ ୧୮ ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ଆୟୁଷ୍ମାନ ଭାରତ ଅଧୀନରେ ୫ ଲକ୍ଷ ଟଙ୍କା ମାଗଣା ସ୍ୱାସ୍ଥ୍ୟ ବୀମା ଦିଆଯିବ।

Comments are closed.