Latest Odisha News

BREAKING NEWS

୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୫୭୭ ନୂଆ ଆକ୍ରାନ୍ତ: ୧୧ ହଜାର ଟପିଲା ମୋଟ ମାମଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ସର୍ବାଧିକ ୫୭୭ ଜଣ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି ।ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୬୧ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଚିହ୍ନଟ ହୋଇଥିବା ୫୭୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର ଜିଲ୍ଲା ୩୦ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ,କଟକ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ ଜଣ, ଗଜପତି ୧୭ ଜଣ, କନ୍ଧମାଳ ଓ ଝାରସୁଗୁଡା ଜିଲ୍ଲାରୁ ଜିଲ୍ଲାରୁ ଜଣେ ଲେଖାଏଁ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ, ମୟୁରଭଞ୍ଜ ଜିଲ୍ଲାରୁ ୧୪ ଜଣ, ପୁରୀ ଜିଲ୍ଲାରୁ ୫ ଜଣ, ସମ୍ବଲପୁରରୁ ୩ ଜଣ ଓ ସୁନ୍ଦରଗଡ ଜିଲ୍ଲାରୁ ୮୩ ଜଣ କଋଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.