Latest Odisha News

୨୪ଘଣ୍ଟାରେ ରାଜ୍ୟରେ ୧୭୩ଜଣ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୮ଜଣ ଓ ସ୍ଥାନୀୟ ସଂକ୍ରମଣ କେସ୍ ରହିଛି ୭୫ଜଣ । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୬ଜଣ ପଜିଟିଭ୍ ବାହାରିଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୩ଜଣ, ଭଦ୍ରକରୁ ୨ଜଣ, ବୌଦ୍ଧରୁ ଜଣେ, କଟକରୁ ୧୨ଜଣ, ଦେବଗଡ଼ରୁ ୬ଜଣ, ଢ଼େଙ୍କାନାଳରୁ ୪ଜଣ, ଗଜପତିରୁ ୩ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୯ଜଣ, କଳାହାଣ୍ଡିରୁ ୩ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୮୪ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ଜଣ, ଷ୍ଟେଟ୍ ପୁଲରୁ ୨୦ଜଣ କୋଭିଡ଼୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦ଲକ୍ଷ ୫୨ହଜାର ୩୧୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୧ହଜାର ୮୩୬ଜଣ ସୁସ୍ଥ ଅଛନ୍ତି । ଏବେ ସୁଦ୍ଧା ୧ହଜାର ୯୮୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ରାଜ୍ୟରେ କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ । ଖୋର୍ଦ୍ଧାରୁ ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୮ହଜାର ୪୪୦ରେ ପହଞ୍ଚିଛି ।

Comments are closed.