ଭୁବନେଶ୍ବର: ଚିନ୍ତା ବଢ଼ାଇଲାଣି ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ। କାରଣ ଆଜି ଆକସ୍ମିକ ଭାବେ ଏଦୁଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ବି ୫୦୦ ଉପରେ ରହିଛି। ଗତ ୧୩ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
Covid-19 Report For 10th July
New Positive Cases: 572
Of which 0-18 years: 69
In quarantine: 336
Local contacts: 236(Details of local contacts will be shared by concerned District)
1. Angul: 14
2. Balasore: 12
3. Bargarh: 1
4. Bhadrak: 3
5. Balangir: 2
6. Boudh: 1— I & PR Department, Odisha (@IPR_Odisha) July 11, 2022
ଗତକାଲି ୫୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୫୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Comments are closed.