ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ସଙ୍ଗରୋଧରୁ ୯୧ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୬୪ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ଜଣେ, କଟକରୁ ୮ଜଣ, ଦେବଗଡ଼ରୁ ୭ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୪ଜଣ, ଝାରସୁଗୁଡ଼ାରୁ ୪ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୮୪ଜଣ, ମୟୁରଭଞ୍ଜରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୦ଜଣ, ସୁନ୍ଦରଗଡ଼ରୁ ୩ଜଣ, ଷ୍ଟେଟ ପୁଲରୁ ୨୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୫୩ ହଜାର ୫୦୪ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରୁ ୧୦ଲକ୍ଷ ୪୩ହଜାର ୨୧୯ଜଣ ସୁସ୍ଥ ଅଛନ୍ତି । ଏବେ ସୁଦ୍ଧା ୧ହଜାର ୭୮୪ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।
Comments are closed.