Latest Odisha News

BREAKING NEWS

ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୫୬ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣରୁ ୬୩ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ବାଲେଶ୍ୱରରୁ ୬ଜଣ, ଭଦ୍ରକରୁ ୩ଜଣ, କଟକରୁ ୬ଜଣ, ଢ଼େଙ୍କାନାଳରୁ ୨ଜଣ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ୫ଜଣ, କେନ୍ଦୁଝରରୁ ୪ଜଣ, ଖୋର୍ଦ୍ଧାରୁ ୮୩ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୫ଜଣ, ସମ୍ବଲପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୫ଜଣ, ଷ୍ଟେଟ୍ ପୁଲରୁ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୫୪ହଜାର ୧୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ଲକ୍ଷ ୪୪ହଜାର ୦୯୩ ଜଣ ସୁସ୍ଥ ଅଛନ୍ତି । ଏବେ ସୁଦ୍ଧା ୧ହଜାର ୫୫୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.