Latest Odisha News

BREAKING NEWS

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୭୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଗତ ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୪ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୨ଜଣ, ଢ଼େଙ୍କାନାଳରୁ ୨ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ୧୪ଜଣ, ଝାରସୁଗୁଡ଼ାରୁ ୪ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ୨ଜଣ, ଖୋର୍ଦ୍ଧାରୁ ୮୮ଜଣ, ମୟୁରଭଞ୍ଜରୁ ୧୧ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୩ଜଣ, ସମ୍ବଲପୁରରୁ ୭ଜଣ, ସୁନ୍ଦରଗଡ଼ରୁ ୩ଜଣ ଓ ଷ୍ଟେଟ ପୁଲରୁ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଏଯାଏଁ ୧୦ଲକ୍ଷ ୫୦ହଜାର ୦୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ଲକ୍ଷ ୩୯ହଜାର ୨୦୪ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୨ହଜାର ୩୮୩ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.