Latest Odisha News

ଗତ ୨୪ଘଣ୍ଟାରେ ରାଜ୍ୟରେ ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୯୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୩ଜଣ, କଟକରୁ ୧୭ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୪ଜଣ, ଯାଜପୁରରୁ ୭ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୩ଜଣ, କେନ୍ଦ୍ରାପଡ଼ାରୁ ୪ଜଣ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧାରୁ ୯୬ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୨୧ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨ଜଣ, ପୁରୀରୁ ୧୦ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୧୧ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୫ଜଣ, ଷ୍ଟେଟ୍ ପୁଲରୁ ୨୩ଜଣ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ଲକ୍ଷ ୪୯ହଜାର ୧୦୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦ଲକ୍ଷ ୩୮ହଜାର ୩୦୬ଜଣ ସୁସ୍ଥ ଅଛନ୍ତି । ବର୍ତ୍ତମାନ ସୁଦ୍ଧା ୨ହଜାର ୩୩୮ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେପଟେ କରୋନା ଆକ୍ରାନ୍ତରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ଜଣେ  ଲେଖାଏଁ ଅଛନ୍ତି ।

Comments are closed.