Latest Odisha News

ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ମଧ୍ୟରେ ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଦୁଇଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଓ ଗଞ୍ଜାମରୁ ଜଣେ ଲେଖାଏଁ ଥିବା ଜଣାପଡ଼ିଛି । ବାଲେଶ୍ୱରରୁ ୮୪ବର୍ଷୀୟ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମରୁ ୫୮ବର୍ଷୀୟ ଜଣେ ବ୍ୟକ୍ତି କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି । ସେ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ।

Comments are closed.