Latest Odisha News

BREAKING NEWS

ଥମୁନି କରୋନା ମୃତ୍ୟୁ: ରାଜ୍ୟରେ ଆଖି ବୁଜିଲେ ଆଉ ୧୮

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ଜନିତ ମୃତ୍ୟୁ । ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମାରାତ୍ମକ ଭାଇରସ । ଗତ ୨୪ ଘଂଟାରେ କରୋନାରେ ରାଜ୍ୟରେ ପୁଣି ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.