ଭୁବନେଶ୍ୱର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ବୌଦ୍ଧ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, କେନ୍ଦ୍ରାପଡ଼ା, କନ୍ଧମାଳ, ମୟୁରଭଞ୍ଜ, ପୁରୀ, ସୁନ୍ଦରଗଡ଼, ଯାଜପୁର ଓ ବାଲେଶ୍ବର ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
Comments are closed.