Latest Odisha News

BREAKING NEWS

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: କରୋନା ନେଲା ପୁଣି ଜୀବନ । ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭୂତାଣୁ। ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ୧୨୮୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏନେି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

୧୨ ମୃତକଙ୍କ ମଧ୍ୟରୁ ଝାରସୁଗୁଡା, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଗଞ୍ଜାମ, ନବରଙ୍ଗପୁର, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨ରେ ପହଞ୍ଚିଥିବା ବେଳେ ୨,୬୮,୧୧୫ ଜଣ ସୁସ୍ଥ ହୋଇସାରିଛନ୍ତି। ୧୬,୦୩୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୮୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।

Leave A Reply

Your email address will not be published.