Latest Odisha News

ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ଖସୁଛି କରୋନ ମିଟର । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି ।

୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୨୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୭୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୩୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave A Reply

Your email address will not be published.