Latest Odisha News

BREAKING NEWS

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩, କଟକ, ମୟୂରଭଞ୍ଜ, ସମ୍ବଲପୁର, ବରଗଡ଼ରୁ ୨ ଜଣ ଲେଖାଏ, ପୁରୀ, ବାଲେଶ୍ୱର, କୋରାପୁଟ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.