Latest Odisha News

BREAKING NEWS

ଦିନକରେ ରାଜ୍ୟରେ ସର୍ବାଧିକ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ, ଦିନକୁ ଦିନ ଗଡୁଛି ମୁଣ୍ଡ । ୨୪ ଘଂଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୫୮ରେ ପହଂଚିଛି ।

ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ଜଣ କରୋନାରେ ପ୍ରାଣ ହରାଇଛନ୍ତି । ସେହିପରି ନୟାଗଡରୁ ୨ଜଣ, ପୁରୀରୁ ୨ଜଣ, ସୁନ୍ଦରଗଡରୁ ୨ଜଣ, ସମ୍ବଲପୁର, ମୟୂରଭଂଜ, କୋରାପୁଟ, ଖୋର୍ଦ୍ଧା, କନ୍ଧମାଳ, ଯାଜପୁର, ଦେବଗଡ, ବୌଦ୍ଧରୁ ଜଣେ ଲେଖାଏଁ କରୋନାରେ ମୃତ୍ୟୁ ବରଣ କରିଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ୯୫୮ରେ ପହଂଚିଛି । ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨, ୪୦, ୯୯୮ରହିଛି । ଏଥିମଧ୍ୟରୁ ୨୯୭୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୦୨୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.