Latest Odisha News

BREAKING NEWS

ଫେରିଲା ସପ୍ତାହାନ୍ତ ସଟଡାଉନ୍, କାଲିଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣର ଭୟାବହତାକୁ ନଜରରେ ରଖି କଡ଼ା ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଆସନ୍ତାକାଲିଠୁ ସାରା ରାଜ୍ୟରେ ଲାଗୁ ହେବ ନାଇଟ୍ କର୍ଫ୍ୟୁ । ଏଥିସହ ଛତିଶଗଡ଼ ଓ ଝାଡଖଣ୍ଡ ସୀମାନ୍ତରେ ଥିବା ୧୦ଟି ଜିଲ୍ଲାରେ ଲାଗୁ ହେବ ସପ୍ତାହାନ୍ତ ସଟଡାଉନ୍ । ଏହି ୧୦ଟି ଜିଲ୍ଲାର ସହରାଞ୍ଚଳରେ ସନ୍ଧ୍ୟା ୬ଟାରୁ ଭୋର୍ ୫ଟା ଯାଏ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ସେହିପରି ଅନ୍ୟ ୨୦ଟି ଜିଲ୍ଲାରେ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ତେବେ ନାଇଟ୍ କର୍ଫ୍ୟୁ ଓ ସପ୍ତହାନ୍ତ ସଟଡାଉନରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଛତିଶଗଡ଼ ଓ ଝାଡଖଣ୍ଡ ସୀମାବର୍ତ୍ତୀ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପୂର୍ବରୁ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିଥିଲା । କିନ୍ତୁ ବର୍ତ୍ତମାନ ଏସବୁ ଜିଲ୍ଲାରେ ରାତି ୯ଟା ବଦଳରେ ସନ୍ଧ୍ୟା ୬ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଲାଗୁ କରାଯିବ । ଏହାସହ ଏହି ସବୁ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସପ୍ତାହାନ୍ତ ସଡଟାଉନ୍ ଲାଗୁ ହେବ । ସେହିପରି ଭୁବନେଶ୍ବର ଓ କଟକରେ ମଧ୍ୟ ଆସନ୍ତାକାଲି ଠାରୁ ନାଇଟ୍ କର୍ଫ୍ୟୁ ଲାଗୁ ହେବ ।

ରାତ୍ରୀକାଳୀନ କର୍ଫ୍ୟୁ ସମୟରେ ସମସ୍ତ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯାଇଛି । ଜରୁରୀକାଳୀନ ସେବାରେ ନିୟୋଜିତ ବ୍ୟକ୍ତି ନିଜ ପରିଚୟ ପତ୍ର ଚେକିଂ ସମୟରେ ଦେଖାଇବେ । ନାଇଟ୍ କର୍ଫ୍ୟୁ ସମୟରେ ମାଲ ପରିବହନ ଗାଡ଼ି ଉପରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.