Latest Odisha News

BREAKING NEWS

ଏକ ସପ୍ତାହ ମଧ୍ୟରେ କାର୍ଯ୍ୟକ୍ଷମ ହେବ ମୟୁରଭଞ୍ଜର କୋଭିଡ ହସ୍ପିଟାଲ

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାଙ୍କୀସୋଲ ସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ) ସ୍କୁଲ ଠାରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ହସ୍ପିଟାଲ କାର୍ଯ୍ୟକ୍ରମ କରାଇବା ନେଇ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଭୁବନେଶ୍ୱରର କାଲିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (କିମ୍ସ) ସହିତ ଏକ ଚୁକ୍ତି ସ୍ବାକ୍ଷର କରିଛନ୍ତି ।

ମଙ୍ଗଳବାର ଦିନ ମୟୂରଭଞ୍ଜ ଜିଲ୍ଲାପାଳ ଭିନେଟ ଭରଦ୍ୱାଜ ଏବଂ କିମସ ସିଇଓ ବିଷ୍ଣୁ ପ୍ରସାଦ ପାଣିଗ୍ରାହୀ ଏହି ଚୁକ୍ତି ସ୍ୱାକ୍ଷର କରିଛନ୍ତି।

ଏହି ଅବସରରେ କାନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ମୟୂରଭଞ୍ଜ ଏଡିଏମ ବିବେକାନନ୍ଦ ସାହୁ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମଓ) ରୂପଭାନୁ ମିଶ୍ର ଉପସ୍ଥିତ ଥିଲେ।

ପ୍ରସ୍ତାବିତ ଡାକ୍ତରଖାନାରେ ସ୍ୱାସ୍ଥ୍ୟ ସେବା ଏକ ସପ୍ତାହ ମଧ୍ୟରେ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.