Latest Odisha News

BREAKING NEWS

‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । କୋଭିଡ ରୋଗୀ ଓ କୋଭିଡ୍ ଯୋଦ୍ଧାମାନଙ୍କ ସହ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍ ସଂଗ୍ରହ କରାଯିବ । ଏନେଇ ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଉଚ୍ଛସ୍ତରୀୟ ବୈଠକରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲା କୋଭିଡ୍ ପର‌୍ୟ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ରୋଗୀଙ୍କ ପରିବାରକୁ ରୋଗୀର ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ସୂଚନା ଦେବା ଓ କୋଭିଡ୍ ଯୋଦ୍ଧାମାନେ କିପରି ସଂକ୍ରମଣରୁ ସୁରକ୍ଷିତ ରହିବେ ସେଥିପାଇଁ ସେମାନଙ୍କୁ ଉପଯୁକ୍ତ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ନବୀନ କହିଛନ୍ତ, ରାଜ୍ୟର ବିଭିନ୍ନ ସ୍ତାନରେ ସ୍ଥାପିତ କୋଭିଡ କେୟାର ହୋମ୍‌ର ତଦାରଖ ପାଇଁ ଅନ୍‌ଲାଇନ୍ ଏଣ୍ଟ୍ରି ବ୍ୟବସ୍ଥା କରାଯିବ । ଏହାସହ କୋଭିଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ସେବାକୁ ସୁବ୍ୟବସ୍ଥିତ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱରାପୋ କରିଛନ୍ତି । ସେହିପରି ରାଜ୍ୟର ସବୁ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏବଂ ହଟ୍‌ସ୍ପଟ୍ ଜିଲ୍ଲା ମାନଙ୍କରେ ଆଣ୍ଟିଜେନ ଟେଷ୍ଟ କରିବା ପାଇଁ ନବୀନ ନିର୍ଦ୍ଦେଶ ଦେଇଛନ୍ତି ।

ଦିଲ୍ଲୀ, ମୁମ୍ବାଇ, କୋଲକାତା ଓ ଚେନ୍ନାଇ ପରି ହଟ୍‌ସ୍ପଟ୍ ନଗର ମାନଙ୍କରୁ ଯେପରି କମ୍ ସଂଖ୍ୟାରେ ଟ୍ରେନ୍ ଓ ଉଡାଜାହାଜ ଆସିବ ସେଥିପାଇଁ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସାମାଜିକ ଦୂରତା ଓ ମାସ୍କର ବ୍ୟବହାର କୋଭିଡ୍‌ ନିୟନ୍ତ୍ରଣ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ହୋଇଥିବାରୁ ଏ କ୍ଷେତ୍ରରେ Zero tollerance ନୀତି ଗ୍ରହଣ କରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.