Latest Odisha News

ଭୁବନେଶ୍ୱରରେ ୧୫ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୩୦୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୫୩୬୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୧୧୦ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୦୧୮୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୫୮ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.