Latest Odisha News

BREAKING NEWS

ଓଡିଶାରେ ୨ ଲକ୍ଷ ଟପିଲା କରୋନା ସଂକ୍ରମଣ; ଆଜି ୪୨୦୮ ପଜିଟିଭ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୦୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୦୧ ହଜାର ୦୯୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ସମସ୍ତ ପଜିଟିଭଙ୍କ ମଧ୍ୟରୁ ୨୪୬୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୭୪୬ ଜଣ ସ୍ଥାନୀୟ ବାସିନ୍ଦା ।

ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୩୭୭୯ ଜଣ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩୯,୨୩୨ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୭୬୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.