Latest Odisha News

BREAKING NEWS

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ

ପୁରୀ: ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କର ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ କରାଯିବ ।

ଫେବୃଆରୀ ୨୭ ପର୍ଯ୍ୟନ୍ତ ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍ ଟେଷ୍ଟ ଚାଲିବା ନେଇ ସୂଚନା ମିଳିଛି। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟ କ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।

Leave A Reply

Your email address will not be published.