Latest Odisha News

ସଂକ୍ରମଣ ସବୁ ଜିଲ୍ଲାରେ ରହିଛି, ଲୋକଙ୍କୁ ଆହୁରି ସଜାଗ ହେବାକୁ ପଡିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ୧୨ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସଂକ୍ରମଣ କମିବା ଆରମ୍ଭ କରିଛି । ଯଦି ଏହି ଧାରା ଆଉ କିଛି ଦିନ ଯାଏଁ ଜାରି ରହେ ଆମେ କହିପାରିବା ରାଜ୍ୟ ପିକ ଅତିକ୍ରମ କରିସାରିଛି । ଯାହା କି ଏକ ଆଶ୍ବସ୍ତିର ଖବର ମଧ୍ୟ କୁହାଯାଇପାରେ । ଯଦି ଏହି ଭିତରେ ସଂକ୍ରମଣ ପୁଣି ବଢେ ତାହାଲେ ଆକଳନ ଭୁଲ ହୋଇପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ସଂକ୍ରମଣ ସବୁ ଜିଲ୍ଲାରେ ରହିଛି । ଲୋକମାନଙ୍କ ବ୍ୟବହାରରେ ଯେମିତି ସଂକ୍ରମଣ ନବଢ଼ୁ ସେ ନେଇ ଯତ୍ନବାନ ହେବାର ରହିଛି । କେବଳ ସହରରେ ନୁହେଁ ଗାଁ ମାନଙ୍କରେ ମଧ୍ୟ ସଂକ୍ରମଣର ଉପସ୍ଥିତି ରହିଛି ।

ସେହିପରି ରାଜ୍ୟରେ କିଛି ଦିନ ହେବ ମୃତ୍ୟୁ ସଂଖ୍ୟା ୬ ରୁ ୭ ଭିତରେ ରହୁଛି। ରାଜ୍ୟରେ ଫାଟର୍ନିଟି ରେଟ କମ ଅଛି। ଯେତିକି ସରକାରଙ୍କ ତଥ୍ୟ ଦିଆଯାଇଛି ୯୫% ବହୁବିଧ ରୋଗୀ ରହୁଛନ୍ତି । ବର୍ତ୍ତମାନର ମୃତ୍ୟୁ ସଂଖ୍ୟା ଦେଖି କହି ହେବ ନାହିଁ ରାଜ୍ୟରେ ମୃତ୍ୟୁ ବଢିଛି।

Comments are closed, but trackbacks and pingbacks are open.