ନୂଆଦିଲ୍ଲୀ: ଦେଶରେ ଭୟଙ୍କର ରୂପ ନେଲାଣି କରୋନା ମହାମାରୀ । ହୁ ହୁ ହୋଇ ବଢୁଛି ସଂକ୍ରମିତଙ୍କ ସଂଖ୍ୟା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୪ ହଜାର ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର ମିଟର ।
ଗତ ୨୪ ଘଣ୍ଟାରେ ଦେଶରେ ୧୧୩୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହା ସହ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୮୬,୭୫୨ ରେ ପହଞ୍ଚିଛି ।
ଏହାସହ ଗତ ୨୪ ଘଣ୍ଟାରେ ୯୨ ହଜାର ୬୦୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୫୪,୦୦,୬୨୦ ରେ ପହଞ୍ଚିଛି।
ବର୍ତ୍ତମାନ ସୁଦ୍ଧା ଦେଶରେ ୧୦,୧୦,୮୨୪ ଟି ସକ୍ରିୟ ମାମଲା ରହିଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ୪୩,୦୩,୦୪୪ ଛୁଇଁଛି ।
ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବିହାର, ଓଡିଶା ଉତ୍ତରପ୍ରଦେଶ ଆଦି ରାଜ୍ୟରେ ସଂକ୍ରମଣ ବଢୁଛି । ସେହିପରି ଟେଷ୍ଟିଂ କ୍ଷମତା ବି ବୃଦ୍ଧି କରାଯାଇଛି ।
Comments are closed.