ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।
COVID19 cases cross 1 lakh mark with a single-day jump of 4970 cases & 134 deaths; total cases 101139 & death toll 3163: Ministry of Health and Family Welfare pic.twitter.com/i16FULqLjn
— ANI (@ANI) May 19, 2020
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୧୩୯ ରେ ପହଞ୍ଚିଥିବା ବେଳେ ୩୧୬୩ ଜଣଙ୍କର ମୃତ୍ୟୁ ଘଟିଛି ।
ଭାରତରେ ଏପର୍ଯ୍ୟନ୍ତ ପାଖାପାଖି ୫୦ ହଜାର ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।
ଗତ ୨୪ ଘଣ୍ଟାରେ ୪୯୭୦ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୧୩୪ ଜଣ ପ୍ରାଣ ହରାଇଛନ୍ତି ।
ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଅଧିକ ସର୍ବାଧିକ ରହିଛି ।
ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ଟପିଛି ।
Comments are closed.