Latest Odisha News

BREAKING NEWS

ମାଲକାନଗିରିରେ ୮ଶହ ଟପିଲା କରୋନା ସଂକ୍ରମଣ

ମାଲକାନଗିରି: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମାଲକାନଗିରି ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୨୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୬ ଜଣ ମାଲକାନଗିରି ମୁନସିପାଲିଟି, ମୈଥିଲି ବ୍ଲକରୁ ୨, କୋରୁକୋଣ୍ଡା ବ୍ଲକରୁ ୨, ମାଲକାନଗିରି ବ୍ଲକରୁ ୬, କାଲିମେଳା ବ୍ଲକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୮୩୬ କରୋନା ମାମଲା ରହିଥିବା ବେଳେ ୪୬୯ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ୨ଜଣ ମୃତ୍ୟୁ ବରଣ କରିଥିବା ବେଳେ ୩୬୫ ଆକ୍ଟିଭ କେସ୍ ରହିଛି ।

Leave A Reply

Your email address will not be published.