Latest Odisha News

BREAKING NEWS

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ପାର୍‌; ୪୨ ହଜାରରୁ ଉର୍ଦ୍ଧ୍ୱ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୦,୮୮,୬୧୨ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧,୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୩୩ ଜଣଙ୍କର ମୃତ୍ୟୁ ଘଟିଛି ।

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରେ ୬,୧୯,୦୮୮ଟି ଆକ୍ଟିଭ କେସ୍ ଏବଂ ୧୪,୨୭,୦୦୬ ଜଣ ରୋଗୀ ସୁସ୍ଥ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏତଦବ୍ୟତିତ କରୋନାଭାଇରସ ସଂକ୍ରମଣରେ ଦେଶରେ ଏପର୍ଯ୍ୟନ୍ତ ମୋଟ୍ ୪୨,୫୧୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବର୍ତ୍ତମାନ ସମୟରେ ଏହି କରୋନା ଭୂତାଣୁ ଇଂଲଣ୍ଡ, ବ୍ରାଜିଲ୍‌, ଋଷ, ଆମେରିକା, ତାଇୱାନ୍, ଭିଏତନାମ, ଓ ୟୁରୋପ ଭଳି ପାଖାପାଖି ୨୦୦ରୁ ଅଧିକ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.