Latest Odisha News

BREAKING NEWS

ଭୁବନେଶ୍ୱରରେ ୨୩୦ ଛୁଇଁଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି।

ବିଏମସିର ଟ୍ବିଟ୍ ଅନୁଯାୟୀ ୩୪ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ୩୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୦ ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୭୯କୁ ବୃଦ୍ଧି ପାଇଛି । ୩୦ ହଜାର ୫୮୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.