Latest Odisha News

BREAKING NEWS

ଅଣାୟତ୍ତ କରୋନା: ଦେଶରେ ଦେଢ଼ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।

BjdElectrycity

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୧,୭୬୭ ରେ ପହଞ୍ଚିଥିବା ବେଳେ ୪୩୩୭ ଜଣଙ୍କର ମୃତ୍ୟୁ ଘଟିଛି ।

ଭାରତରେ ଏପର୍ଯ୍ୟନ୍ତ ୬୪,୪୨୫ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।

ଗତ ୨୪ ଘଣ୍ଟାରେ ୬୩୮୭ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ସର୍ବାଧିକ ୧୭୦ ଜଣ ପ୍ରାଣ ହରାଇଛନ୍ତି ।

ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଅଧିକ ସର୍ବାଧିକ ରହିଛି ।

Leave A Reply

Your email address will not be published.