Latest Odisha News

ଭୁବନେଶ୍ୱରରେ ୩ ହଜାର ଟପିଲା କରୋନା ଆକ୍ଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୩୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

୩୩୨ ଆକ୍ରାନ୍ତଙ୍କ ମଧ୍ୟରେ ୧୭୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୫୯ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୭୯୩୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୧୬୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୭୨୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଏହାଛଡା କରୋନା ସଂକ୍ରମଣରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.