Latest Odisha News

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ; ଦିନକରେ ୬୮୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୧,୨୬,୭୮୯ ରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୨୯,୨୮,୫୭୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

 

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧,୨୬,୭୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୬୮୫ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୫୯,୨୫୮ ଜଣ।

ଏଯାବତ୍ ଆକ୍ଟିଭ୍ କେସ୍ ୯,୧୦,୩୧୯ ରହିଥିବା ବେଳେ ପାଖାପାଖି ୧,୬୬,୮୬୨ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୧୮,୫୧,୩୯୩ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Leave A Reply

Your email address will not be published.