Latest Odisha News

BREAKING NEWS

ଆଜି ରାଜ୍ୟରୁ କରୋନାରେ ୪୭ ଜଣଙ୍କର ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୯

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । କିନ୍ତୁ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସୁନି । ଦୈନିକ ୪୦ରୁ ୫୦ ଜଣ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ୨୪ ଘଣ୍ଟାରେ ଆଉ ୪୭ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ୧୭ ଜିଲ୍ଲାରୁ କରୋନା ନେଇଛି ଜୀବନ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଭୁବନେଶ୍ୱରରୁ କେବଳ ୫ ଜଣ ଅଛନ୍ତି ।

ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ କରୋନାରେ ଆଉ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ କରୋନା ନେଇଛି ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ । ସେହିପରି ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ଦୁଇ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ହଜାର ୮୪୮କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.