ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୬ ଜଣ ସଂକ୍ରମିତ ପ୍ରାଣ ହରାଉଛନ୍ତି । ଅଡିଟ୍ ପ୍ରୋସେସରେ ସେମାନଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୩ ଜଣ ।
ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗିର ଜିଲ୍ଲାରୁ କରୋନା ନେଇଛି ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮ହଜାର ୯୬୧କୁ ବୃଦ୍ଧି ପାଇଛି ।
Comments are closed.