Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ମାରୁଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଅଡିଟ୍ ପ୍ରୋସେସରେ ଏମାନଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ମୃତକଙ୍କ ଭିତରେ ସର୍ବାଧିକ ୭ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ କେବଳ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । କେନ୍ଦୁଝରରୁ କରୋନା ନେଇଛି ଆଉ ୨ ଜୀବନ । ଜଗତସିଂହପୁର, ଗଞ୍ଜାମ, ବୌଦ୍ଧ, ବାଲେଶ୍ୱର, ସୁବର୍ଣ୍ଣପୁର, ନରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮ହଜାର ୭୧୧କୁ ବୃଦ୍ଧି ପାଇଛି ।

Comments are closed, but trackbacks and pingbacks are open.