Latest Odisha News

BREAKING NEWS

ରାଜ୍ୟରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୧୦ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୭୦୧ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବଲାଙ୍ଗିରରୁ ୧, କଟକରୁ ୨, ଗଞ୍ଜାମରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୧, ପୁରୀରୁ ୨ ଓ ସମ୍ବଲପୁରରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

୧. ବାଲାଙ୍ଗୀର ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହରେ ପୀଡିତ ଥିଲେ।

୨. କଟକ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହ, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩. କଟକ ଜିଲ୍ଲାର ଜଣେ ୮୪ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହରେ ପୀଡିତ ଥିଲେ।

୪. ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

୫. କାଲାହାଣ୍ଡି ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

୬. ଖୋର୍ଧା ଜିଲ୍ଲାର ଜଣେ ୯୨ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

୭. ମୟୂରଭଞ୍ଜ ଜିଲ୍ଲାର ଜଣେ ୮୦ ବର୍ଷ ବୟସ୍କା ମହିଳାଙ୍କର ମୃତ୍ୟୁ ଘଟିଛି।

୮. ପୁରୀ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳାଙ୍କର ମୃତ୍ୟୁ ଘଟିଛି।

୯. ପୁରୀ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

୧୦. ସମ୍ବଲପୁର ଜିଲ୍ଲାର ଜଣେ ୫୩ ବର୍ଷ ବୟସ୍କ ପୁରୁଷ ରହିଛନ୍ତି। ଯିଏକି ମଧୁମେହ ଓ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

Leave A Reply

Your email address will not be published.