Latest Odisha News

BREAKING NEWS

ଭାରତରେ ଗମ୍ଭିର ହେଉଛି ସ୍ଥିତି: ହଜାରେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଅଣାୟତ ହେଉଛି କରୋନା । ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ରବିବାର ଦିନ ଏହି ସଂଖ୍ୟା ୧୦୦୦ ଟପି ୧୦୨୯ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଥିସହିତ କରୋନାଭାଇରସ ସଂକ୍ରମଣରେ ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।

ଆକ୍ରାନ୍ତଙ୍କ ମଧ୍ୟରୁ ୮୫ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି । ଗୋଟିଏ ଦିନରେ ୧୮୬ ଜଣ ନୂଆକରି ଆକ୍ରାନ୍ତ ହୋଇଥିବା ବେଳେ, ୬ ଜଣ ପ୍ରାଣ ହରାଇଛନ୍ତି ।

ଏହି ଭାଇରସର ଵିସ୍ତାରକୁ ଦୃଷ୍ଟିରେ ରଖି ଭାରତ ସରକାର ଆଗାମୀ ଏପ୍ରିଲ ୧୫ ତାରିଖ ଯାଏଁ ସାରାଦେଶକୁ ଲକଡାଉନ କରି ଦେଇଛନ୍ତି ।

Leave A Reply

Your email address will not be published.