Latest Odisha News

BREAKING NEWS

ଭାଙ୍ଗିଲା ସବୁ ରେକର୍ଡ: ଦେଶରେ ୨୪ ଘଣ୍ଟାରେ ୯୦ ହଜାର ଟପିଲା ସଂକ୍ରମଣ, ୧ ହଜାରରୁ ଅଧିକ ମୃତ

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ଆଜି ଦିନରେ ୧ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର ମିଟର । ସବୁ ରେକର୍ଡ ଭାଙ୍ଗି ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୯୦,୬୩୩ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୪୧,୧୩,୮୧୨ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୧୦୬୫ ମୃତ୍ୟୁ ରେକର୍ଡ ହୋଇଛି । ଏହାକୁ ମିଶାଇ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୭୦,୬୨୬ ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ୭,୬୨,୩୨୦ ଜଣ ସକ୍ରିୟ ରୋଗୀ ରହିଥିବା ବେଳେ ୩୧,୮୦,୮୬୬ ଜଣ ଆରୋଗ୍ୟ ଲାଭ କଲେଣି ।

ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବିହାର, ଓଡିଶା ଉତ୍ତରପ୍ରଦେଶ ଆଦି ରାଜ୍ୟରେ ସଂକ୍ରମଣ ବଢୁଛି । ସେହିପରି ଟେଷ୍ଟିଂ କ୍ଷମତା ବି ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.