Latest Odisha News

BREAKING NEWS

ଆଉ ୨୧୮ ମାମଲା ସହ ରାଜ୍ୟରେ ୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି।

ଆଜି ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୦ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ ଏନଡିଆରଏଫ୍ କର୍ମୀ ରହିଛନ୍ତି । ଯେଉଁମାନେକି ବାତ୍ୟା ଅମ୍ଫାନ ପୁନରୁଦ୍ଧାର ଲାଗି ପଶ୍ଚିମବଙ୍ଗ ଯାଇଥିଲେ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୬୫ ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୨୯୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୭ ଜଣଙ୍କର ମୃତ୍ୟୁ ଘଟିଛି ।ଏ ନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

Leave A Reply

Your email address will not be published.